ଦୈନିକ ରାଶିଫଳ: ୩ ଜାନୁୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଘରୋଇ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି କିନ୍ତୁ ସତର୍କତା ଅବଲମ୍ବନ କରିବା ଉଚିତ୍। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଘରୋଇ କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ପଦୋନ୍ନତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରି ପାରନ୍ତି। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଘରୋଇ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ଶାରୀରିକ ଅସୁସ୍ଥତା ଦୂରହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ଉନ୍ନତି ହେବ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ସିଂହ:-

ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ରାଜନୀତିରୁ ଲାଭ ମିଳିବଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ଘରୋଇ କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ଘରୋଇ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପୂରାତନ ରୋଗର ଉପଶମ ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଘରୋଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳି ପାରେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ସମସ୍ତ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!