ଦୈନିକ ରାଶିଫଳ: ୩ ଜୁଲାଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତି ନୂତନ ବ୍ୟବସାୟ ଆରମ୍ଭ କରିବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ସ୍ୱନାମ ଅର୍ଜନ କରିବେ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ହୋଟେଲ, କଳାକାର, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ ମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଲାଭହେବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ସମୟ ଆନନ୍ଦମୟ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରି ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବିଦ୍ୟାରେ ଉନ୍ନତି କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହି ପାରେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!