ଦୈନିକ ରାଶିଫଳ: 03 ଜୁଲାଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୩ତାରିଖ, ରବିବାର, ମିଥୁନମାସ୧୯ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସକାଳ ୬ଟା ୩୦ମିନିଟ୍ ପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବଜ୍ର ଯୋଗ ଦିବା ୧୨ଟା ୫ମିନିଟ୍ ପରେ ସିଦ୍ଧି ଯୋଗ । ବିଷ୍ଟି କରଣ ସନ୍ଧ୍ୟା ୫ଟା ୭ମିନିଟ୍ ପରେ ବବ କରଣ । ମେଷ ରାଶିର ଘାତବାର । ସକାଳ ୬ଟା ୩୦ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୭ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ସନ୍ଧ୍ୟା ୫ଟା ୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୨ମିନିଟ୍ ରୁ ୧ଟା ୨୯ମିନିଟ୍, ରାତ୍ରି ୧ଟା ୧୨ମିନିଟ୍ ରୁ ୨ଟା ୩୩ମିନିଟ୍ । ଶୁଭସମୟ- ସକାଳ ୭ଟା ୨ମିନିଟ୍ ରୁ ୯ଟା ୩୮ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୦ଟା ୪୭ମିନିଟ୍ ରୁ ରାତ୍ର ୧୨ଟା ୫୫ମିନିଟ୍ ।

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଖେଳ, ବିଦ୍ୟା ଓ ସାମାଜିକ କ୍ଷେତ୍ରରେ ଆଦୃତ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ମାନସିକସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର-କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନେ ପଦୋନ୍ନତିର ସଙ୍କେତ ପାଇବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ । ନୂତନକର୍ମ ପ୍ରାପ୍ତିଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଶିକ୍ଷାର୍ଥି ମାନଙ୍କର ଅନେକ ଶୁଭହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶତୃ ପରାଜିତ ହେବେ । ସାମାଜିକ ଉତ୍ସବରେ ଭାଗ ନେବେ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । କାରବାରରେ ସ୍ଥିତି ଠିକ୍ ରହିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!