ଦୈନିକ ରାଶିଫଳ: ୩ ଜୁନ୍ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ବୁଧବାର, ବୃଷ ମାସ ୨୧ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ସକାଳ ୯ଟା ୬ମିନିଟ୍ ଗତେ ତ୍ରୟୋଦଶୀ ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ପୋଇ, ମସୁର ଡାଲି ନ ଖାଇଲେ ଭଲ। ଦିବା ୯ଟା ୬ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଶୁଭସମୟ ସକାଳ ୭ଟା ୪୯ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୭ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୯ଟା ୫୫ମିନିଟ୍। ପର୍ବଦିନ ଚମ୍ପକ ଦ୍ଵାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ।  ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ।  ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ସଫଳତା ଅର୍ଜନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ ପ୍ରଚୁର ଲାଭ କରି  ପ୍ରଶଂସିତ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ସମସ୍ତ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତିରେ  ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତି କରିପାରିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।  ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବୃତ୍ତିଗତ ଦୃଷ୍ଟିରୁ ବେଶ୍ ସୁରକ୍ଷିତ ରହିବେ।  କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେବା ଆବଶ୍ୟକ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଆର୍ଥିକକ୍ଷେତ୍ରରେ ଉନ୍ନତି ହେବା ସହ ସୁଖସମୃଦ୍ଧି ବୃଦ୍ଧି ପାଇବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ।  ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରି ପାରନ୍ତି। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଶତ୍ରୁ, ରୋଗ, ଋଣ ନାସ ହୋଇ  ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ସଫଳତା ଅର୍ଜନ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହି ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ଭଲ ରହିବା ସହ ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇ ସନ୍ତୋଷ ହେବେ। ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ  ସଫଳ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟୟ ତୁଳନାରେ ଆୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ  ରୁଚି ବୃଦ୍ଧି ହେବ।  ଉତ୍ତମ ରୋଜଗାର ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀଙ୍କର ବିବାହ ସମସ୍ୟା ସମାଧାନ ହୋଇଯିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ। ଶତ୍ରୁ ବୃଦ୍ଧିହେବେ କିନ୍ତୁ ଅଧିକାଂଶ ସମୟ ଲାଭ ପାଇବେ। କର୍ମଚାରୀଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ। ପିତା ମାତାଙ୍କଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହୋଇ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!