ସାପ୍ତାହିକ ରାଶିଫଳ: ୩ ଯୁନ୍ ରୁ ୯ ଯୁନ୍, ଏହି ସପ୍ତାହରେ ଏହି ସବୁ ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୩ ଯୁନ୍ ରୁ ୯ ଯୁନ୍

ମେଷ:-

ଏ ସପ୍ତାହରେ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର: କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହେବେ କର୍ମ ଓ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ।ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ପୁରାତନ ରୋଗର ଉପଶମ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ।  କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ରୋଗ ଓ ଋଣର ଶୀକାର ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ।  ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏ ସପ୍ତାହରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ କଷ୍ଟକଲେ ଉତ୍ତିର୍ଣ୍ଣ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇ ଶାନ୍ତି ଅନୁଭବ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟବସାୟରେ କ୍ଷତି ଘଟିବା ସହ ଆର୍ଥିକ ଉନ୍ନତିରେ ବାଧା ଓ ଲାଭ ପ୍ରାପ୍ତିରେ ବାଧାହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ମହିଳାମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର :– ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତୁଳା:-

ଏ ସପ୍ତାହରେ ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ଓ ପତ୍ନୀ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଏ ସପ୍ତାହର ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର:ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇଁ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ହେବେ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!