ଦୈନିକ ରାଶିଫଳ: ୦୩ ମାର୍ଚ୍ଚ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ  ମାସ ୩ତାରିଖ, ମଙ୍ଗଳବାର, କୁମ୍ଭ ମାସ ୨୦ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ନଡ଼ିଆ ନ ଖାଇଲେ ଭଲ।ଶୁଭସମୟ ଦିବା ୯ଟା ୪ମିନିଟ୍ ରୁ ୧୦ଟା ୪୭ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୪୯ମିନିଟ୍ ରୁ ୬ଟା ୩୭ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ୧୧ଟା ୩୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ଶୁଭ ସଂବାଦ ପାଇ ଖୁସି ହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଶୁଭଖବର ପାଇ ମନ ଖୁସି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ବ୍ୟବସାୟରେ ସଫଳତା ପାଇ ଆୟ ବୃଦ୍ଧି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଆତ୍ମୀୟଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସତର୍କ ନହେଲେ ଯାନବାହନରେ ତ୍ରୁଟି ଦେଖା ଦେଇପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ।ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ।  ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ।  ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!