୨୦୨୦ ମସିହା, ଅକ୍ଟୋବର ମାସ ୩ ତାରିଖ, ଶନିବାର, କନ୍ୟା ମାସ ୧୮ଦିନ, ମଳ ଆଶ୍ଵିନ ମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟାରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ସକାଳ ୭ଟା ୧୬ ମିନିଟ୍ ରୁ ୮ଟା ୩୮ ମିନିଟ୍, ଦିବା ୧୨ଟା ୧ ମିନିଟ୍ ରୁ ୧ଟା ୪ ମିନିଟ୍, ଦିବା ୨ଟା ୩୩ ମିନିଟ୍ ରୁ ୩ଟା ୭ ମିନିଟ୍, ଦିବା ୩ଟା ୫୬ ମିନିଟ୍ ରୁ ୫ଟା ୨୯ ମିନିଟ୍।
ମେଷ:-
ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ବୃଷ:-
ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆୟ ଉପାର୍ଜନରେ ବାଧା ନାହିଁ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ଆୟ ଉପାର୍ଜ୍ଜନର ବୃଦ୍ଧି, ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସାମାଜିକ ସ୍ତରରେ ଖ୍ୟାତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ସିଂହ:-
ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇବେ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
କନ୍ୟା:-
ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଦୌଡ-ଧୂପରେ ସୁଖ ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ। ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ସନ୍ତାନ ଓ ପରିବାର ସହ ଆଜି ସମୟ ବିତେଇବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-
ଶୁଭ ସମାଚାର ପ୍ରାପ୍ତି ହେବ। ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ। କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ। ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ। ପ୍ରେମପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯିବ। ପତିପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-
କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତି ଉନ୍ନତି ପ୍ରାପ୍ତ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-
ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ ପ୍ରକାର ପରିବର୍ତ୍ତନ ଆସିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମକର:-
ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଟଙ୍କାର ଆବଶ୍ୟକତା ପୂରଣହେବ। ବକ୍ତବ୍ୟପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-
ଧନର ଆଗମନ ହୋଇପାରେ। ସ୍ୱାସ୍ଥ୍ୟ ଠିକ୍ ରହିବ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-
କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ଶତୃମାନେ ଦୂରେଇ ଯିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଶରୀର ସୁସ୍ଥ ରହିବ ଓ ଋଣରୁ ମୁକ୍ତି ମିଳିବ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।