ମେଷ:-
ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ। ଉଧାର ନେଇଥିବା ଟଙ୍କା ଫେରସ୍ତ ପାଇବେ। ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ। ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ। ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଚାକିରୀରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ହାସିଲ କରିପାରିବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
ଆର୍ଥିକ ଉନ୍ନତି ଓ ଶାରିରୀକ ସୁସ୍ଥତା ଦେଖାଦେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଛାତ୍ର ଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
ମିଥୁନ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସମୟ ହସ ଖୁସିରେ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ସ୍ଵାସ୍ଥ୍ୟକୁ ନେଇ ଯେଉଁ ଚିନ୍ତା ଥିଲା ସେଥିରୁ ମୁକ୍ତି ମିଳିବ। ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
କର୍କଟ:-
ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
ସିଂହ:-
ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଏବଂ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନ କର୍ମରେ ନିଯୁକ୍ତି ପାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-
ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ବିଦ୍ୟାରେ ଉନ୍ନତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
ତୁଳା:-
ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟ କ୍ଷେତ୍ରରେ ମାନସିକସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଭଲ କାର୍ଯ୍ୟ କରି ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ। ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମ ଓ ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଅଧ୍ୟାପନ, ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-
ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ଓ କ୍ଷତି ବଢିବ। କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-
ଆର୍ଥିକ ସ୍ଥିତିରେ ସୁଦୃଢ ରହିବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ଅଫିସରେ ଟେନସନ୍ ଦୂର ହେବ। ହଠାତ୍ କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ସନ୍ତାନମାନଙ୍କ ପାଇଁ ଆନନ୍ଦିତ ରହିବେ। ତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଟିମୱାର୍କ ଓ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରି ପାରିବେ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
କୁମ୍ଭ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲଗେଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-
ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ। ଦୂରସ୍ଥାନକୁ ଯାତ୍ରାକରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988