ସାପ୍ତାହିକ ରାଶିଫଳ: ୩ ଡିସେମ୍ବର ରୁ ୯ ଡିସେମ୍ବର। ଡିସେମ୍ବର ର ପ୍ରଥମ ସପ୍ତାହରେ ଏହି ରାଶି ମାନଙ୍କୁ ମିଳିବ ସଫଳତା, ହେବ ଖୁସିର ବର୍ଷା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୩ ଡିସେମ୍ବର ରୁ ୯ ଡିସେମ୍ବର। ଡିସେମ୍ବର ର ପ୍ରଥମ ସପ୍ତାହରେ ଏହି ରାଶି ମାନଙ୍କୁ ମିଳିବ ସଫଳତା, ହେବ ଖୁସିର ବର୍ଷା

ମେଷ:-

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ବୈଷୟିକ ରୁଚି ପୂର୍ତ୍ତି ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ। ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ  ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ପ୍ରତିକାର-ଘରୁ ବହାରରିବାସମୟରେ ମୁହଁ ମିଠା କରି ବାହାରନ୍ତୁ।

କର୍କଟ:

କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ।  ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଗହମ, ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟୀକ ମାମଲାରେ ବିଶେଷ ବ୍ୟସ୍ତ ରହିବେ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ବକେୟା ଅର୍ଥ ଆଦାୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା-

ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ପଢ଼ାପଢ଼ିରେ ମନଦେବେ ମାନସିକ ଦୁଶ୍ଚିନ୍ତା ଦୂରହେବ। ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂତନ ଗୃହ ନିର୍ମାଣ କରି ପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ସତର୍କତା ଅବଲମ୍ବନ ନକଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡିପାରେ। ପ୍ରତିକାର- ଅସହାୟକୁ ଖାଇବାକୁ ଦିଅନ୍ତୁ।

ତୁଳା-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ରାଜନୈତିକକ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧି ତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ବିଛା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନ ଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

ଧନୁ-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ବିଦେଶ ଯାତ୍ରା ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନରେ ବାଧା ନାହିଁ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!