ମେଷ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ। କୋର୍ଟ କଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଅସହାୟ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପୁରୁଣା ସମ୍ପର୍କରୁ ଲାଭବାନ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ସିଂହ:-ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସାମାଜିକ କାର୍ଯ୍ୟରେ ସଫଳ ହେବେ। କେତେକ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସଫଳତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବାସହ ଆର୍ଥିକ ସ୍ଥିତି ସୁଦୃଢ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶୁଭ ସମାଚାର ମିଳିବ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଋଣ ଭରଣାରେ ସହଜ ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବା ସହ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହୋଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
