ଦୈନିକ ରାଶିଫଳ: ୩୦ ଏପ୍ରିଲ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଅଟକି ଥିବା ଧନ ପ୍ରାପ୍ତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୩୦ତାରିଖ, ଗୁରୁବାର, ମେଷ ମାସ ୧୮ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ତାଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୩ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ଆଜି ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ।ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆତ୍ମସନ୍ତୋଷ ବଢିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ।କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଘରୁ ବାହାରକୁ ନ ବାହାରିବା ଭଲ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ସମସ୍ତ ବ୍ୟବସାୟରେ  ପ୍ରଚୁର ଲାଭ ପାଇବେ, ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବା ଯୋଗେ ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମଉଜ ମସ୍ତିରେ ସମୟ କଟିପାରେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ।ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପରୋପକାର ଓ ସମାଜସେବା କରି ପ୍ରଶଂସିତ ହେବେ। ଅଧ୍ୟୟନ ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ସାଧାରଣ ଲୋକଙ୍କ ତରଫରୁ ଆଶ୍ଵାସନା ଓ ସହାନୁଭୂତି ପାଇବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମ କରି ପତିଆରା ରକ୍ଷା କରିବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ସମାଜସେବା କାର୍ଯ୍ୟରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। କର୍ମକ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ କର୍ମଚାରି ମାନଙ୍କ ଦ୍ଵାରା ଲାଭବାନ ହେବେ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!