ଦୈନିକ ରାଶିଫଳ: 30 ଏପ୍ରିଲ 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୩୦ ତାରିଖ, ଶନିବାର, ମେଷ ମାସ ୧୭ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୩ ଟା ୧୮ ମିନିଟ୍ ପରେ ଆୟୁଷ୍ମାନ ଯୋଗ । ଚତୁଷ୍ପଦ କରଣ ଦିବା ୧ଟା ୨୪ମିନିଟ୍ ପରେ ନାଗ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତ୍ରି ୧ଟା ୫୭ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୬ଟା ୫୭ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ସନ୍ଧ୍ୟା ୭ଟା ୩୧ମିନିଟ୍, ନିଶାନ୍ତ ୪ଟା ୩୧ମିନିଟ୍ ରୁ ୬ଟା ୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୯ମିନିଟ୍ ରୁ ୧ଟା, ରାତ୍ର ୮ଟା ୨୧ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ୧ଟା ୩୬ମିନିଟ୍, ରାତ୍ର ୨ଟା ୨୨ମିନିଟ୍ ରୁ ରାତ୍ର ୩ଟା ୫୧ମିନିଟ୍ । ପର୍ବଦିନ- ରୁକ୍ମୁଣୀ ଅମାବାସ୍ୟା ।

ମେଷ:-ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଚତୁରତାସହ ଗତିକରି କାମ ହାସଲ କରିବେ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ସମସ୍ୟା ଭଲ ରହିବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇଯିବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସୁଖ ଶାନ୍ତିରେ ଦିନଟି କଟାଇବେ ଓ ଧର୍ମ-କର୍ମରେ ରୁଚି ରହିବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଧନ ଲାଭ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ହେବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ନୂତନ ବସ୍ତୁ କ୍ରୟ କରିପାରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ବାହ୍ୟ ଲୋକଙ୍କ ଠାରୁ ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!