ଦୈନିକ ରାଶିଫଳ: ୩୦ ଅଗଷ୍ଟ ୨୦୧୯, ମା ସନ୍ତୋସୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ମହିଳାମାନଙ୍କର ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି।ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିକାର:-ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ବିଦ୍ୟାରେ ଉନ୍ନତିହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହବାହନ ପ୍ରାପ୍ତି ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପରେ। କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। ମନ ଭଲ ରହିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ । ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!