ଦୈନିକ ରାଶିଫଳ: ୩୦ ଅଗଷ୍ଟ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୩୦ ତାରିଖ, ରବିବାର, ସିଂହ ମାସ ୧୫ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ସକାଳ ୮ଟା ୨୧ମିନିଟ୍ ଗତେ ତ୍ରୟୋଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୯ଟା ୪୧ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ- ସୁନିଆଁ, ଖୁଦୁରୁକୁଣୀ ଓଷା ଶେଷ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ପାଇ ସୁଖଶାନ୍ତି ବିରାଜମାନ କରିବ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। କଠିନ ପରିଶ୍ରମ ଫଳରେ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ।  ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣହେବ। ବକ୍ତବ୍ୟ ପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ।  ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରି ପାରିବେ। ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ପୁରାତନ ଶତୃମାନେ ଦୂରେଇ ଯିବେ। କୌଣସି ଶୁଭ ସମାଚାର ଶୁଣିବେ। କାମକାର୍ଯ୍ୟ ଓ ଚାକିରୀରେ ଉନ୍ନତି କରିବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ। ପାରିବାରିକ କ୍ଷେତ୍ରରେ ସୁଖ ସମ୍ପତ୍ତି ଲାଭ ହୋଇ ମାନସିକ ଶାନ୍ତି ମିଳିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଶୁଭ ସମାଚାର ଶୁଣି ପରିବାରରେ ଶାନ୍ତି ଆସିବ। ନୂତନ ବନ୍ଧୁଙ୍କ ଦ୍ଵାରା ବିତିଯାଇଥିବା ମାମଲାର ସମାଧାନ ହୋଇ ପରିଶ୍ରମ ଫଳରେ ଉନ୍ନତି ହେବ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି  ପ୍ରସନ୍ନ ହୋଇଯିବେ।  ପ୍ରେମପ୍ରସଙ୍ଗରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ ଓ ଧନ ଲାଭ ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ।  ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପ୍ରେମ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବା ପାଇଁ ଚେଷ୍ଟା କରିବେ। ଭୂମି ବା ଭବନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଉଚ୍ଚଶିକ୍ଷା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ଛାତ୍ରଛାତ୍ରୀମାନଙ୍କର ସହପାଠୀଙ୍କ ସହ ବନ୍ଧୁତ୍ଵ ବୃଦ୍ଧି ପାଇବ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ ସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଛାତ୍ରଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ କିଛିଅର୍ଥ ଲାଭ ହେବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ।  ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହୋଇ ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। 

ମୀନ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବା ଫଳରେ ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବା ସହ ଯଶ କୀର୍ତ୍ତିରେ ଉନ୍ନତି ହେବ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ସ୍ଵାସ୍ଥ୍ୟରେ ସୁଧାର ହେବ। ନୂତନ କାମ ଆରମ୍ଭ କରି ପାରିବେ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ। କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!