ଦୈନିକ ରାଶିଫଳ: 30 ଅଗଷ୍ଟ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୩୦ତାରିଖ, ମଙ୍ଗଳବାର, ସିଂହମାସ ୧୪ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ତୃତୀୟାତିଥି ଦିବା ୩ଟା ୩୩ମିନିଟ୍ ପରେ ଚତୁର୍ଥୀତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଶୁଭ ଯୋଗ । ଗର କରଣ ଦିବା ୩ଟା ୩୩ମିନିଟ୍ ପରେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ଦିବା ୩ଟା ୩୩ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୩ଟା ୩୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୭ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୨ଟା ୫୩ମିନିଟ୍, ରାତ୍ରି ୭ଟା ୨୭ମିନିଟ୍ ରୁ ୮ଟା ୫୩ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୧ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍, ଦିବା ୪ଟା ୨୭ମିନିଟ୍ ରୁ ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ୧୧ଟା ୨୩ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ବାଲି ତୃତୀୟା ବା ଗୌରୀ ବ୍ରତ, ହରିତାଳିକା ତୃତୀୟା ।

ମେଷ:-ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ବୃଷ:-ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ଚିନ୍ତା ଦୁରହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅଫିସରେ ଟେନସନ ଦୂର ବେବ । ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଦୂର ସ୍ଥାନକୁ ଯାତ୍ରା କରିବେ । ଅଧସ୍ତନକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆର୍ଥିକ ଉନ୍ନତିରେ ସଫଳତା ମିଳିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ । ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂରେଇଯିବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷାରେ ସଫଳ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!