ଦୈନିକ ରାଶିଫଳ: 30 ଡିସେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୩୦ତାରିଖ, ବୁଧବାର, ଧନୁମାସ ୧୬ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ସକାଳ ୮ଟା ୫୮ମିନିଟ୍ ଗତେ ପ୍ରତିପଦାତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ, ସକାଳ ୮ଟା ୫୮ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୮ଟା ୩୪ମିନିଟ୍, ଦିବା ୧୦ଟା ୪୫ମିନିଟ୍ ରୁ ୧୧ଟା ୪୮ମିନିଟ୍, ଦିବା ୧ଟା ୩୮ମିନିଟ୍ ରୁ ୩ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୮ଟା ୪୫ମିନିଟ୍ ରୁ ରାତ୍ର ୩ଟା ୪୫ମିନିଟ୍। ପର୍ବଦିନ:-ପଣ୍ଡୁ ପୂର୍ଣ୍ଣିମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଖୁସି ହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ। ସାକ୍ଷାତ କାରରେ ସଫଳତା ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଉତ୍ସାହିତ ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ। ଦୂର ଯାତ୍ରାରେ ସଫଳତା ମିଳିବ। ଯାନବାହନ ସୁଖ ମିଳିବ। ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁଙ୍କ ସାହାଯ୍ୟ ଦ୍ଵାରା କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷା ସନ୍ତୋଷ ଜନକ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦିତ ହେବ। ବକେୟା ଅର୍ଥ କିଛି ଆଦାୟ ହୋଇପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧାରି ପାରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ପାଇବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଲାଭକ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ଈର୍ଷାପରାୟଣ ବ୍ୟକ୍ତିମାନେ କେତେକ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରି ପାରନ୍ତି। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ସରକାରୀ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳ ରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପରିବହନ ବ୍ୟବସାୟରେ ବିଭିନ୍ନଆଡୁ ଲାଭ ପାଇବେ। ନୂତନ ଜାଗାଜମି, ଗୃହ, ବାହନ ଆଦି କ୍ରୟକରିବାର ଯୋଜନା କରିବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପାଫଳରେ ଧନପ୍ରାପ୍ତହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ସହ ଗୃହବାହାନ ପ୍ରାପ୍ତି ହେବ। ଶିଳ୍ପବାଣିଜ୍ୟ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-

ଭାଇଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ଦିଗରୁ ଖୁସି ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ସମାଧାନ କରିବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହୋଇ ଆର୍ଥିକସ୍ଥିତିରେ ସୁଧାର ଆସିବ। ରାଜନୈତିକ କ୍ଷେତ୍ରରେ ଉଚ୍ଚପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!