ଦୈନିକ ରାଶିଫଳ: ୩୦ ଡିସେମ୍ବର ୨୦୧୮, ସୂର୍ଯ୍ୟ ଦେବଙ୍କ କୃପାରୁ ରବିବାର ଦିନ ଏହି ସବୁ ରାଶିର ଖୋଲିଯିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୦ ଡିସେମ୍ବର ୨୦୧୮

ମେଷ:–

ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରୋଜଗାର ସମସ୍ୟା ସୁଧୁରି ଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ବ୍ୟବସାୟରେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମିଥୁନ:–

ବ୍ୟବସାୟ ପାଇଁ ଦୂରଯାତ୍ରା କରି ସଫଳତା ଅର୍ଜନ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଆଳସ୍ୟ ବୃଦ୍ଧିପାଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର:- ବୃଦ୍ଧାଙ୍କର ସେବା କରନ୍ତୁ।

କର୍କଟ:-

ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବା ସହ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ ସମ୍ବାଦିକତା କରୁଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆୟ ବୃଦ୍ଧି ହୋଇ ଧନ ଲାଭ ହେବାରୁ ମନଖୁସି ରହିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:–

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ପରିବାରର ପରିସ୍ଥିତି ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ। ସନ୍ତାନସୁଖ ମିଳିବ। ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-ଗାଈକୁ ଅଟା ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ପାଇଁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ପୂଜା ସ୍ଥାନରେ କିଛି ଅର୍ଥ ଦାନକରନ୍ତୁ।

ତୁଳା:–

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, ମନୋରଞ୍ଜନ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିରୋଧିମାନେ ଦୂରେଇ ଯିବା ଫଳରେ ପ୍ରାୟକାର୍ଯ୍ୟ ପୂରଣ ହେବ। ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ। ପ୍ରିୟଜନଙ୍କ ସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। ଧାତୁ ବା ଅଳଙ୍କାରାଦି କ୍ରୟ କରିବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କର ସେବା କରନ୍ତୁ।

ଧନୁ:–

ମହିଳା ଓ ପୁରୁଷ ମାନଙ୍କର ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:–

ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ସମସ୍ତ ଚେଷ୍ଟା ସଫଳ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:–

ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:–

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ ଦୂରଯାତ୍ରାରେ ଲାଭପାଇବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଆକସ୍ମିକ ଧନପ୍ରାପ୍ତିହେବ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ରାଜନୀତିରେ କିଛି ନୂଆସୁଯୋଗ ଆସିବା ସହ ଲାଭ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ଓ  ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦ-ବିବାଦ, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!