ଦୈନିକ ରାଶିଫଳ: ୩୦ ଡିସେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ। ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପ୍ରତିକାର:-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃ ମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପ୍ରତିକାର ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶୁଭ ସମାଚାର ମିଳିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ମୀନ:-

କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!