ଦୈନିକ ରାଶିଫଳ: 30 ଡିସେମ୍ବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୩୦ତାରିଖ, ଶୁକ୍ରବାର, ଧନୁମାସ ୧୫ଦିନ, ପୌଷମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର ଦିବା ୧୧ଟା ୨୫ମିନିଟ୍ ପରେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ସକାଳ ୯ଟା ୪୫ମିନିଟ୍ ପରେ ପରିଘ ଯୋଗ । ବିଷ୍ଟି କରଣ ପ୍ରାତଃ ୬ଟା ୫୦ମିନିଟ୍ ପରେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୬ଟା ୩୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୬ମିନିଟ୍ ରୁ ୧୧ଟା ୪୯ମିନିଟ୍, ରାତ୍ରି ୮ଟା ୩୧ମିନିଟ୍ ରୁ ୧୦ଟା ୧୦ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୬ମିନିଟ୍, ସକାଳ ୭ଟା ୫୧ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧୨ଟା ୧୧ମିନିଟ୍ ରୁ ୩ଟା ୨ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ୫ଟା ୧୨ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ରାତ୍ର ୮ଟା ୩୦ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୨ଟା, ରାତ୍ର ୨ଟା ୫୪ମିନିଟ୍ ରୁ ୪ଟା ୩୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ନିଜର ଲୋକମାନେ ଓ ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ତୁଳା:-ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ । ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆୟରସ୍ରୋତ ଖୋଲିଯିବ ଓ ବିଦ୍ୟା କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନ ସୂଚନାପାଇ ଖୁସି ହେବେ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

ମୀନ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ମିତ୍ର ଓ ସହଯୋଗୀ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ । କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ । ଶତୃ ଓ ବିରୋଧୀମାନେ କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!