ସାପ୍ତାହିକ ରାଶିଫଳ: ୩୦ ଡିସେମ୍ବର ରୁ ୦୫ ଜାନୁୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ  ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।  

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି। ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ ଏବଂ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହେବ। ଯଶ ମାନ ସମ୍ମାନ ମିଳିବ।  ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ-ପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର-ହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!