ଆଜି କେମିତି ରହିବ ଆପଣଙ୍କ ଦିନ : ୩୦ ଡିସେମ୍ବର ୨୦୧୭

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୦ ଡିସେମ୍ବର ୨୦୧୭

ମେଷ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ- ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ- ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ- କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ।

ସିଂହ- ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ।

କନ୍ୟା- ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା-ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

ବିଛା- ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ- ବୃତ୍ତିଗତ ଦୃଷ୍ଟିରୁ ଚଞ୍ଚଳତା ସୁରକ୍ଷିତ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର- ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।  

କୁମ୍ଭ- ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ।

ମୀନ- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!