ଦୈନିକ ରାଶିଫଳ: ୩୦ ଜାନୁୟାରୀ ୨୦୧୯, ଗଣେଶଙ୍କ କୃପାରୁ ଏହି ସବୁ ରାଶିର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୦ ଜାନୁୟାରୀ ୨୦୧୯

ମେଷ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମହିଳାମାନଙ୍କର ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର- ଆରାଧ୍ୟା ଦେବୀଙ୍କୁ  ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ଅଫିସର, ଅଧିକାରୀ କାମରେ ପ୍ରସନ୍ନ ରହିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପ୍ରତିଦ୍ଵନ୍ଦିତାରେ ସଫଳ ଓ ଉଚ୍ଚପ୍ରଶଂସିତ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମିଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ରାଜନୀତିରେ ସମାଜ ସେବା ଓ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କର୍ମକ୍ଷେତ୍ରରେ ଉନ୍ନତି ବା ଅବସର ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ ଓ ଶୁଭ ସମାଚାର ମିଳିପାରେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହ ବନ୍ଧୁତ୍ଵ ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରେମୀପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହୋଇ ପାରନ୍ତି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମାଜସେବା ଓ ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!