ଦୈନିକ ରାଶିଫଳ: ୩୦ ଜାନୁୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ମାନସିକ ବୌଦ୍ଧିକ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମ ନିଯୁକ୍ତିରେ ସଫଳତା ପାଇ ପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ।ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ହୋଇଯାଇ ପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ।ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ।  ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।  ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପରିବାରରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ପ୍ରିୟଜନଙ୍କସହ ମିଳନ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!