ଦୈନିକ ରାଶିଫଳ: 30 ଜାନୁୟାରୀ ୨୦୨୧, ଶନିଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୩୦ତାରିଖ, ଶନିବାର, ମକରମାସ ୧୭ଦିନ, ମାଘମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ମଘା ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୩୭ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୮ଟା ୯ମିନିଟ୍ ରୁ ୧୦ଟା ୪୧ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୨ଟା ୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମାଜସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ପାଇବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବିଦ୍ୟା କ୍ଷେତ୍ରରେ ନିଜର ରଚନାତ୍ମକ କ୍ଷମତା ବଢିବା ଫଳରେ ପ୍ରଶଂସା ପାଇବେ । ପରିଶ୍ରମ କରି ଅର୍ଥ ଲାଭ ହେଲେ ମଧ୍ୟ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶତୃମାନେ ଦୂରେଇ ଯିବେ । ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବନ୍ଧୁ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ:-

ବିଦ୍ୟାର୍ଥିମାନେ ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ନୂତନ ବସ୍ତୁ କ୍ରୟ କରି ପାରିବେ । ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଯୋଗ୍ୟତା, କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ । ଜନସମ୍ପର୍କ ସୁଦୃଢ ହେବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସତର୍କ ରହିବା ଦ୍ଵାରା ଲାଭବାନ ହେବେ । ପାରିବାରିକ ସମସ୍ୟାକୁ ସମାଧାନ କରିବା ଉଚିତ୍‌ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶୁଭ ସମାଚାର ଶୁଣି ଖୁସି ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଦୂରସ୍ଥାନକୁ ଯାତ୍ରା କରି ବଡ଼ ଧରଣର କାର୍ଯ୍ୟ ସମ୍ପାଦନ କରିବେ । ଶରୀର ସୁସ୍ଥ ରହିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଆପଣଙ୍କ ପ୍ରଭାବ ଯୋଗେ ପ୍ରତ୍ୟେକ ସମସ୍ୟାକୁ ଗମ୍ଭୀରତା ସହ ଚିନ୍ତା କରି ସମାଧନା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉତ୍ତମ ରୋଜଗାର ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ମାଧ୍ୟମ ରେ ଲୋକ ପରିଚିତ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । କୌଣସି ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ନୂତନ ଯୋଜନାରେ ସଫଳତା ମିଳିବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!