ଦୈନିକ ରାଶିଫଳ: 30 ଜାନୁୟାରୀ 2023, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୩୦ତାରିଖ, ସୋମବାର, ମକରମାସ ୧୭ଦିନ, ମାଘମାସ, ଶୁକ୍ଳପକ୍ଷ, ନବମୀତିଥି ଦିବା ୧୦ଟା ୧୨ମିନିଟ୍ ପରେ ଦଶମୀତିଥି, କୃତ୍ତିକା ନକ୍ଷତ୍ର ରାତ୍ରି ୧୦ଟା ୧୫ମିନିଟ୍ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଶୁକ୍ଳଯୋଗ ଦିବା ୧୦ଟା ୪୭ମିନିଟ୍ ପରେ ବ୍ରହ୍ମଯୋଗ । କୌଳବ କରଣ ଦିବା୧୦ଟା ୧୨ମିନିଟ୍ ପରେ ତୈତିଳ କରଣ । ମିଥୁନ ରାଶିର ଘାତବାର । ବିଛାରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ- ଲାଉ ନ ଖାଇଲେ ଭଲ ଦିବା ୧୦ଟା ୧୨ମିନିଟ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ-ପୂର୍ବେ ଦିବା ୧୦ଟା ୧୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୯ମିନିଟ ରୁ ୯ଟା ୧୩ମିନିଟ, ଦିବା ୨ଟା ୪୬ମିନି ରୁ ୪ଟା ୧୦ମିନିଟ, ରାତ୍ରି ୧୦ଟା ୨୩ ମିନିଟରୁ ୧୨ଟା । ଶୁଭସମୟ- ପ୍ରାତଃ ୬ଟା ୨୬ ମିନିଟ ରୁ ୭ଟା ୪୯ମିନିଟ, ଦିବା ୧୦ଟା ୫୩ମିନିଟରୁ ୧ଟା ୬ମିନିଟ, ଦିବା ୪ଟା ୧୦ମିନିଟରୁ ୪ଟା ୪୯ମିନିଟ, ସନ୍ଧ୍ୟା ୬ଟା ୨୫ମିନିଟରୁ ୯ଟା, ରାତ୍ରି ୧୨ଟା ରୁ ୩ଟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:- ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରି ମାନସିକ ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!