ଦୈନିକ ରାଶିଫଳ: ୩୦ ଜୁଲାଇ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:

ନାନା ସମସ୍ୟାର ସମାଧାନ ହୋଇଯିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ୱନ୍ଦିତା ଓ କ୍ରିଡାକ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୀତିରେ ସାମାଜିକ କଲ୍ୟାଣ ଓ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରି ଉଚ୍ଚପ୍ରଶଂସିତ ହେବେ। ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।  ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହରଅବସାନ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅନେକ ପ୍ରକାର ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ମହିଳାମାନେ ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଉଚ୍ଚ ସମ୍ଭା ବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମା ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସରକାରୀ କର୍ମ କ୍ଷେତ୍ରରରେ ପଦୋନ୍ନତି ବନ୍ଧୁ ଲାଭ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହମେଣ୍ଟିଯିବ ଓ  ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଶାରୀରିକ ଅସୁସ୍ଥତା ଦୂରହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ମକର:-

ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

କୁମ୍ଭ:- 

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଉଚ୍ଚ ଆଶାରେ ଆଗେଇବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ମୀନ:-

ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!