ଦୈନିକ ରାଶିଫଳ: ୩୦ ଜୁଲାଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୩୦ ତାରିଖ, ଗୁରୁବାର, କର୍କଟ ମାସ ୧୫ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ଅନୁରାଧା ନକ୍ଷତ୍ର, ସକାଳ ୭ଟା ୪୦ମିନିଟ୍ ଗତେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୧ଟା ୫୨ମିନିଟ୍। ପର୍ବଦିନ- ସର୍ବସମ୍ମତ ହରିଶୟନ ବଡ ଏକାଦଶୀ ଉପବାସ, ଲକ୍ଷ୍ମୀ ନାରାୟଣ ବ୍ରତ, ସର୍ବତ୍ର ଝୁଲଣ ଯାତ୍ରା, ଅଶୁଦ୍ଧକାଳ ଆରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଥିତି ସାମାନ୍ୟ ବଦଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ଦୂର ହୋଇ ଶୁଭ ସମାଚାର ମିଳିବ। ବିଦ୍ୟାରେ ଉନ୍ନତି ହୋଇ ଉତ୍ତର ଦାୟିତ୍ୱ ବଢ଼ିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରେମ ପ୍ରସଙ୍ଗରେ ନିଜଲୋକ ମାନେ ସାହାଯ୍ୟ କରିବା ଫଳରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସନ୍ତାନଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବ୍ୟବସାୟିକ କ୍ଷେତ୍ରରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। କଳା, ସାହିତ୍ୟ ଓ ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସାଙ୍ଗକୁ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାରେ ଉନ୍ନତି  ହୋଇ ପ୍ରଶଂସିତ ହେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପରିବହନ ବ୍ୟବସାୟରେ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପରିବାରରେ କିମ୍ବା କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବିଗତକଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଶତ୍ରୁବାଧା ଦୂରେଇ ଯାଇ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କଳା, ସାହିତ୍ୟ, ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତି କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ।  ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପ୍ରାପ୍ତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି।ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।   

ମକର:-

ସୁବିଧା ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

କୁମ୍ଭ:-

ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଶୁଭ ସଂବାଦ ପାଇ ଖୁସି ହେବେ। କଳା, ସାହିତ୍ୟ, ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ଅବସାନ ଘଟିବ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବା ସହ ଅନ୍ୟ ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!