ଦୈନିକ ରାଶିଫଳ: ୩୦ ଜୁନ୍ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୩୦ ତାରିଖ, ମଙ୍ଗଳବାର, ମିଥୁନ ମାସ ୧୬ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଦଶମୀତିଥି, ଚିତ୍ରା ନକ୍ଷତ୍ର, ପ୍ରାତଃ ୫ଟା ୩୯ମିନିଟ୍ ଗତେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର ମକର ରାଶିର ଘାତବାର କଳମଶାଗ ଖାଇଲେ ଭଲଶୁଭସମୟପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୫୨ମିନିଟ୍, ସକାଳ ୯ଟା ୩୯ମିନିଟ୍ ରୁ ୧୨ଟା ୧୫ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୯ଟା ୯ମିନିଟ୍ ରୁ ୧୦ଟା ୧ମିନିଟ୍ ପର୍ବଦିନବକ୍ରୀ ବୃହସ୍ପତି ଧନୁ ରାଶିକୁ ଚଳିବେ, ଆଡପମଣ୍ଡପ ଶ୍ରୀଜୀଉଙ୍କ ଶେଷ ସନ୍ଧ୍ୟା ଦର୍ଶନ, ବିପତ୍ତାରିଣୀ ବ୍ରତ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାରନ୍ତି ଯାହା କି ଆପଣଙ୍କ ପାଇଁ ପ୍ରଚୁର ଲାଭ ଆଣିଦେବ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ନିଜର ଉଚ୍ଚାଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରି ପାରନ୍ତି। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। କର୍ମକ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ କରି ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦେବେ।

କର୍କଟ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପରିବାରରେ କଳହ ମେଣ୍ଟିଯିବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଭୋଗବିଳାସ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ଖୁସିରେ ସମୟ କାଟିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଶୁଭ ସମାଚାର ପାଇ ଖୁସି ହେବେ। ସାମାଜିକ କାର୍ଯ୍ୟରେ ରତ ହେଲେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ  ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ।  ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ଆର୍ଥିକ ଚିନ୍ତା ଦୁରହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ।  ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ କର୍ମକ୍ଷେତ୍ରରେ ସୁଧାର ଆସିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟିବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ସହ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଧର୍ମକର୍ମରେ ରୁଚି ରହିବ ଓ ମଉଜ ମସ୍ତିରେ ସମୟ କଟିପାରେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବ ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ।ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇପାରେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। କାର୍ଯ୍ୟବ୍ୟସ୍ତତା ଯୋଗୁ ଖୁସିଗପ ଓ ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ ନାହିଁ। ଭୁଲ ବୁଝାମଣା ଯୋଗୁ ଦାମ୍ପତ୍ୟ ସୁଖରେ ଦ୍ଵନ୍ଦ ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!