ଆଜି କେମିତି ରହିବ ଆପଣଙ୍କ ଦିନ : ୩୦ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୦ ଜୁନ୍ ୨୦୧୮

ମେଷ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟର ସ୍ରୋତ ଖୋଲିଯିବ। ପ୍ରେମ  ସମ୍ପର୍କ ବିବାହରେ ପରିଣତ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମାନସିକ ଶାନ୍ତି ମିଳିବ ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।  ଦାମ୍ପତ୍ୟ କଳହର ଅବସାନ ଘଟିବ। ବକେୟା ଅର୍ଥ କିଛି ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ଓ ସ୍ଥାନାନ୍ତର ହେବେ। ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ସ୍ତ୍ରୀଙ୍କ ପ୍ରତି ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ମନଉଣାହେବ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ। ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ  ହେଲେ ମଧ୍ୟ ଶତୃ ଦେଖାଦେବେ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

କର୍କଟ:-

ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ସିଂହ:-

ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଭିକାରୀକୁ ଅନ୍ନଦାନ ଦିଅନ୍ତୁ। 

କନ୍ୟା:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ।

ତୁଳା:-

ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ନାହିଁ। ଧର୍ମକାର୍ଯ୍ୟରେ ଓ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଦୂରଯାତ୍ରାରେ ବିଫଳ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଛା:-

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ବାଦ-ବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଶତୃମାନେ  ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ। 

ମକର:-

ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତିକାର: କୁକୁରର ସେବା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଦାମ୍ପତ୍ୟ କଳହ ସୃଷ୍ଟି। ଶରୀର ଭଲ ରହିବ ନାହିଁ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବ। ନିଜ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ  ଜନ୍ମିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଅସାନ୍ତି ହେବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର:  ଗାଈକୁ କିଛି ଖୁଆନ୍ତୁ।

ମୀନ:-

ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଦେବୀ ମନ୍ଦିରରେ ଭୋଗ କରି, ପିଲାଙ୍କୁ ବାଣ୍ଟି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!