ଦୈନିକ ରାଶିଫଳ: ୩୦ ଜୁନ୍ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଭାଗ୍ୟ ଚମକିବ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ  ଦିଗରୁ ଉନ୍ନତି ହେବ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମିଥୁନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିଦ୍ୱନ୍ଦିତା ପରୀକ୍ଷାରେ  ବିଜୟୀ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ସିଂହ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ି ପାରେ। ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ରାଜନୀତି କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରେମିକ ପ୍ରେମିକାମାନଙ୍କୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଜନସେବାରେ ନିଜକୁ ନିୟୋଜିତ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ ଓ କର୍ମଚାରୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମ୍ମାନ ଓ ପ୍ରତିଷ୍ଠା ପାଇବେ। ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସୁଖ ଶାନ୍ତି ଓ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରି ପାରନ୍ତି। ମହିଳା ମାନଙ୍କର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧୁରି ଯିବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ଦୂରଯାତ୍ରାରେ ସଫଳତା ମିଳିବ ଓ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଶୁଭ ସମ୍ବାଦ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!