ଦୈନିକ ରାଶିଫଳ: 30 ଜୁନ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନ୍ମାସ ୩୦ ତାରିଖ, ବୁଧବାର, ମିଥୁନମାସ ୧୬ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧ଟା ୧୮ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୫୪ମିନିଟ୍ ରୁ ୮ଟା ୩୧ମିନିଟ୍, ଦିବା ୧୦ଟା ୧୨ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୨ଟା ୩ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୧ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୩୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ । ଶାରିରୀକ ଅସୁସ୍ଥତା ଦୂର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପାରିବାରିକ ସ୍ଥିତି ସୁଧିରିଯିବ ଓ ଆର୍ଥିକ ଉନ୍ନତି ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସାମାଜିକ ସ୍ତରରେ ଖ୍ୟାତି ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପାଇ ଆନନ୍ଦିତ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଆଲୋଚନା କ୍ଷେତ୍ରରେ ସଫଳ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚିତ୍ ପନ୍ଥା ଅନୁସରଣ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!