ଦୈନିକ ରାଶିଫଳ: 30 ଜୁନ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ସମସ୍ତ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୩୦ତାରିଖ, ଗୁରୁବାର, ମିଥୁନମାସ ୧୬ଦିନ, ଆଷାଢମାସ ଶୁକ୍ଳପକ୍ଷ, ପ୍ରତିପଦତିଥି ଦିବା୧୦ଟା ୪୯ମିନିଟ୍ ପରେ ଦ୍ଵିତୀୟା ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଧୃବ ଯୋଗ ସକାଳ ୯ଟା ୫୦ମିନିଟ୍ ପରେ ବ୍ୟାଘାତ ଯୋଗ । ବବ କରଣ ଦିବା ୧୦ଟା ୪୯ମିନିଟ୍ ପରେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ଦିବା ୧୦ଟା ୪୯ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧୦ଟା ୪୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୮ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍, ରାତ୍ରି ୧୧ଟା ୫୦ମିନିଟ୍ ରୁ ରାତ୍ରି ୧ଟା ୧୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୬ମିନିଟ୍, ଦିବା ୯ଟା ୩୯ମିନିଟ୍ ରୁ ୧୧ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ୯ଟା ୧୭ମିନିଟ୍, ରାତ୍ର ୧ଟା ୧୨ମିନିଟ୍ ରୁ ୨ଟା ୨୦ମିନିଟ୍, ରାତ୍ର ୩ଟା ୪୯ମିନିଟ୍ ରୁ ୫ଟା ୧୪ମିନିଟ୍ ।

ମେଷ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ଶତୃମାନେ ମଥାନତ କରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବିରୋଧିମାନେ ଦୂରେଇଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବକେୟା ଅର୍ଥ କିଛି ମିଳିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିକ୍ଷିତ ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ନିଜଲୋକ ସାହାଯ୍ୟ କରିବେ ଓ କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ଓ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ସକ୍ରିୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ମନନିବେଶ କରି ସଫଳତା ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ । କର୍ମକ୍ଷେତ୍ରରେ କେବେବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରେମିକ ପ୍ରେମିକା ମାନେ ଦଦୁଲ୍ୟ ମାନ ପରିସ୍ଥିତି ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆର୍ଥିକ ଦିଗରୁ ସୁବିଧା ପାଇ ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କ ମଧ୍ୟରେ ଆନନ୍ଦ ଲହରୀ ଖେଳିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖି ପ୍ରଶଂସିତ ହେବେ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!