ଦୈନିକ ରାଶିଫଳ: 30 ମାର୍ଚ୍ଚ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୩୦ ତାରିଖ, ବୁଧବାର, ମୀନ ମାସ ୧୬ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି ଦିବା ୧ଟା ୨୦ ମିନିଟ୍ ପରେ ଚତୁର୍ଦ୍ଦଶୀ ତିଥି, ଶତଭିଷା ନକ୍ଷତ୍ର, ଦିବା ୧୦ଟା ୪୯ ମିନିଟ୍ ପରେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଶୁଭ ଯୋଗ ଦିବା ୧ଟା ୦୧ ମିନିଟ୍ ପରେ ଶୁକ୍ଳ ଯୋଗ । ବଣିଜ କରଣ ଦିବା ୧ଟା ୨୦ମିନିଟ୍ ପରେ ବିଷ୍ଟି କରଣ । କର୍କଟ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ଦିବା ୧ ଟା ୨୦ ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ଦିବା ୧ ଟା ୨୦ ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଏବଂ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୮ମିନିଟ୍, ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୨୩ମିନିଟ୍, ରାତ୍ରି ୨ଟା ୪୮ମିନିଟ୍ ରୁ, ରାତ୍ରି ୪ଟା ୧୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୭ଟା ୨୩ମିନିଟ୍, ଦିବା ୧୦ଟା ୨୦୯ମିନିଟ୍ ରୁ ୧୧ଟା ୨୬ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୦୭ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୧ଟା ୪୯୯ମିନିଟ୍ ରୁ ରାତ୍ର ୨ଟା ୪୮ମିନିଟ୍, ରାତ୍ର ୪ଟା ୧୭ମିନିଟ୍ ରୁ ୫ଟା ୪୫ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାକିଥିବା ଅର୍ଥ ପ୍ରାପ୍ତି ହୋଇ ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାର୍ଯ୍ୟକରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇ ଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-ସାମାଜିକ ଉତ୍ସବରେ ଯୋଗ ଦେବେ । ଧନଲାଭ ହେବାରୁ ଖୁସି ହେବେ । ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବା ସହ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ନୂଆ ସମ୍ପର୍କ ସୃଷ୍ଟିହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଶତୃମାନେ ଦୁର୍ବଳ ହେବା ଫଳରେ ଆୟରପନ୍ଥା ସହଜ ହେବ । ଆର୍ଥିକ ଚିନ୍ତା ଦୁରହେବା ସହ ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ସାମାନ୍ୟ ସୁଧାର ଆସିବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଋଣ ଭରଣାରେ ସହଜ ହେବ । ଭଲ କାମକରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତି କ୍ଷେତ୍ରରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହିତ ନିମ୍ନ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର- କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।

ମକର:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ । ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହଶ୍ରଦ୍ଧା ବୃଦ୍ଧିହେବ । ଲୋକସମ୍ପର୍କରେ ରହିବା ଯୋଗୁ ଇଣ୍ଟରନେଟ୍ ଠାରୁ ଆରମ୍ଭକରି ଫୋନ୍ ସବୁ କାରବାର କରିବେ । କିଛି ନୂତନ କର୍ମ ଆରମ୍ଭ ନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ରାଜନୀତି କ୍ଷେତ୍ରରେ ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେଲେ ମଧ୍ୟ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଆତ୍ମୀୟ ସ୍ଵଜନ ଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!