ଦୈନିକ ରାଶିଫଳ: 30 ମାର୍ଚ୍ଚ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୩୦ ତାରିଖ, ଗୁରୁବାର, ମୀନମାସ ୧୬ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ନବମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର ଦିବା ୪ଟା ୧୫ମିନିଟ ପରେ କର୍କଟ ରାଶିରେ ଚନ୍ଦ୍ର। ଅତିଗଣ୍ଡ ଯୋଗ। ବାଳବ କରଣ ଦିବା ୧୦ଟା ୧୭ମିନିଟ୍ ପରେ କୌଳବ କରଣ। ତୁଳା ଓ କୁମ୍ଭ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର ଦିବା ୪ଟା ୧୫ମିନିଟ ପର୍ଯ୍ୟନ୍ତ । ନିଷିଦ୍ଧ ଖାଦ୍ୟ- ଲାଉ ନ ଖାଇଲେ ଭଲ ରାତ୍ରି ୧୧ ଟା ୩୦ ମିନିଟ୍ ପରେ କଲମଶାଗ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ରାତ୍ରି ୧୧ଟା ୩୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ଦିବା ୦୫ଟା ୫୬ମିନିଟ୍, ରାତ୍ରି ୧୧ଟା ୫୦ମିନିଟ୍ ରୁ ୧ଟା ୧୯ମିନିଟ । ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୭ଟା ୨୩ମିନିଟ୍, ଦିବା ୧୦ଟା ୩୮ମିନିଟ୍ ରୁ ୧ଟା ୦୪ମିନିଟ୍, ରାତ୍ର ୨ଟା ୩୬ମିନିଟ୍ ରୁ ରାତ୍ର ୩ଟା ୨୩ମିନିଟ୍। ପର୍ବଦିନ- ଶ୍ରୀରାମନବମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶତୃମାନେ ମଥାନତ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ।ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶ୍ୱଶୁର ଘର ପକ୍ଷରୁ ସହଯୋଗ ପ୍ରାପ୍ତ ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଅଧସ୍ତନ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିରହେବ।ବିଦେଶ ଯାତ୍ରାରେ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଧାର୍ମିକ କ୍ଷେତ୍ରରେ ଗଛିତଧନ ଖର୍ଚ୍ଚ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅଜ୍ଞାତ ବ୍ୟକ୍ତିଙ୍କୁ ସାକ୍ଷାତ ହେବା ଲାଭଦାୟକ ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ସନ୍ତାନ ଯୋଗେ ଚିନ୍ତିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଅନୁଭବ କରିବା ସହ ମାନସିକ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!