ଦୈନିକ ରାଶିଫଳ: ୩୦ ମଇ ୨୦୧୮
ମେଷ:-
ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ କ୍ଷତି ସହିବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ। ଅଫିସରେ ଟେନସନ ଦୂର ବେବ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହେବ। ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ବୃଷ:-
ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988
ମିଥୁନ:-
କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।
କର୍କଟ:-
ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ପ୍ରତିକାର- ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>
ସିଂହ:-
ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରିବାର ଭିତରେ ଜଗିରଖି ନଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ଭିକ୍ଷା କରନ୍ତୁ।
କନ୍ୟା:-
ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-
ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶୁଭକାମ କରି ପ୍ରଶଂସିତ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ରୁଟିଗୁଡ ଗାଈକୁ ଖାଇବାକୁ ଦେବେ।
ବିଛା:-
ହାତକୁ ନେଇଥିବା କାର୍ଯ୍ୟପାଇଁ ଆଜି କଠିନ ପରିଶ୍ରମ କରିବାକୁ ପଡିବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।
ଧନୁ:-
ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।
ମକର:-
ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମଳିମୋକଦ୍ଦମାରେ ସଫଳ ହେବେ। ପ୍ରତିକାର- କୌଣସି କନ୍ୟାକୁ ମିଠା ଖାଇବାକୁ ଦେବେ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988
କୁମ୍ଭ:-
କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।
ମୀନ:-
ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜଲୋକ ଶତ୍ରୁତା ଆଚରଣ କରିବା ଯୋଗେ ମନରେ କ୍ଷୋଭ ହତାଶାଭାବ ବୃଦ୍ଧି ହେବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।