ଦୈନିକ ରାଶିଫଳ: ୩୦ ମଇ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଗକୁ ବଢିପାରିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।  

କର୍କଟ:-

ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

କର୍ମ କ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ। ମଉଜ-ମସ୍ତିରେ ସମୟ କଟିପାରେ। ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମଚାରୀଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ମହିଳାମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!