ଦୈନିକ ରାଶିଫଳ: ୩୦ ମଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ନିଜ କର୍ମର ଉଚିତ ଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୩୦ ତାରିଖ, ଶନିବାର, ବୃଷମାସ ୧୭ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ପୂର୍ବାଫାଲଗୁନିନକ୍ଷତ୍ର,  ସିଂହ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା  ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ନଡିଆ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୭ଟା ୪୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପରେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତିରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ। ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ସମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ପାଇବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ।  ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସମାଜ ସେବା କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ଦାମ୍ପତ୍ୟସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!