ଦୈନିକ ରାଶିଫଳ: 30 ମଇ 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୩୦ତାରିଖ, ସୋମବାର, ବୃଷମାସ ୧୬ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଅମାବାସ୍ୟାତିଥି ସନ୍ଧ୍ୟା ୫ଟା ପରେ ପ୍ରତିପଦ ତିଥି, କୃତ୍ତିକା ନକ୍ଷତ୍ର ସକାଳ ୭ଟା ୧୨ମିନିଟ୍ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ । ନାଗ କରଣ ସନ୍ଧ୍ୟା ୫ଟା ପରେ କିସ୍ତୁଘ୍ନ କରଣ । ମିଥୁନ ରାଶିର ଘାତବାର । ବିଛା ରାଶିରେ ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୫ଟା ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୪୯ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୪ଟା ୩୮ମିନିଟ୍, ରାତ୍ରି ୧୦ଟା ୨୨ମିନିଟ୍ ରୁ ୧୧ଟା ୪୪ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୨୪ମିନିଟ୍, ରାତ୍ର ୯ଟା ୧୨ମିନିଟ୍ ରୁ ୧୦ଟା ୨୧ମିନିଟ୍, ରାତ୍ର ୧୧ଟା ୪୫ମିନିଟ୍ ରୁ ୧୨ଟା ୫ମିନିଟ୍, ରାତ୍ର ୧ଟା ୩୪ମିନିଟ୍ ରୁ ରାତ୍ର ୨ଟା ୫୯ମିନିଟ୍, ରାତ୍ର ୩ଟା ୪୪ମିନିଟ୍ ରୁ ୪ଟା ୨୬ମିନିଟ୍ । ପର୍ବଦିନ- ବଟସାବିତ୍ରୀ ବ୍ରତ ପୂଜା, ସାବିତ୍ରୀ ଅମାବାସ୍ୟା, ଜଳ କ୍ରୀଡା, ସୋମମହତୀ ଗୋସହସ୍ରି ଗଙ୍ଗା ସ୍ନାନ, କରତୋୟା ସ୍ନାନ ଯୋଗ ।

ମେଷ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଶାନ୍ତି ଅନୁଭବ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ସନ୍ତାନ ମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ । ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଆର୍ଥିକଦିଗରୁ ସୁବିଧା ହେବାଦ୍ଵାରା ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଉଚିତ୍ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନୂଆ ନିଯୁକ୍ତି ଯୋଗ ଅଛି । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଖୁସିର ବାତାବରଣ ସ୍ଥାୟି ରହିବ । ଋଣଭାରରୁ ମୁକ୍ତି ପାଇବେ । ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ । ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ରାଜନୀତି କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯାଇ ପାରେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ ବା ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ । ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ନୂତନ ଯୋଜନାରେ ସଫଳତା ମିଳିବ । ଦୂର ସ୍ଥାନକୁ ଯାତ୍ରା କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ଉତ୍ତମ ରୋଜଗାର ମିଳିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ରାଜନୀତି ମାମଲାରେ ସଫଳତା ମିଳିବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପିଲାଙ୍କ ଆଚରଣରେ ଖୁସି ରହିବେ । ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

କୁମ୍ଭ:-ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବା ସହ ମାନସମ୍ମାନ, ପ୍ରତିଷ୍ଠା, ପ୍ରତିପତି ଓ କ୍ଷାତି ବଢ଼ିବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!