ମେଷ:-
ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ବୃଷ:-
ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଅଫିସରେ ଟେନସନ ଦୂର ବେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। କର୍ମଜୀବିମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ମିଥୁନ:-
ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ପ୍ରତିକାର– ଅସହାୟଙ୍କୁ ସହାୟତା କରି ଆଶୀର୍ବାଦ ଭିକ୍ଷା କରନ୍ତୁ।
କର୍କଟ:-
ଶତୃମାନେ ପରାଜିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ପ୍ରତିକାର–ପିତାମାତାଙ୍କୁ ପ୍ରଣାମ କରନ୍ତୁ।
ସିଂହ:-
ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମହିଳାମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-
ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ମହିଳାମାନେ କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-
ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର– ଗୁଡ କିଛି ମନ୍ଦିରରେ ଦାନ କରନ୍ତୁ।
ବିଚ୍ଛା:-
ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ମହିଳାମାନେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ଧନୁ:–
ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
ମକର:-
ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-
କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ। ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନେ ଭଲ କାମ କରି କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ। ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-
ଶତୃମାନଙ୍କୁ ମୁକାବିଲା କରିପାରିବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀ ମାନେ ଆମଦାନୀ ରପ୍ତାନି କ୍ଷେତ୍ରରେ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ବିଦେଶ ଯାତ୍ରାରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988