ଦୈନିକ ରାଶିଫଳ: 30 ନଭେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୩୦ତାରିଖ, ସୋମବାର, ବିଛାମାସ ୧୫ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଦିବା ୨ଟା ୫୯ମିନିଟ୍ ଗତେ ପ୍ରତିପଦା ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ଆମିଷ, ନ ଖାଇଲେ ଭଲ, ଦିବା ୨ଟା ୫୯ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୯ମିନିଟ୍ ରୁ ୭ଟା ୨୯ମିନିଟ୍, ଦିବା ୯ଟା ୩ମିନିଟ୍ ରୁ ୧୧ଟା ୧୨ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୫୬ମିନିଟ୍। ପର୍ବଦିନ- ରାସ ପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା ଓ ସ୍ନାନ, ବାଲିଯାତ୍ରା ଆରମ୍ଭ, କାର୍ତ୍ତିକ ବ୍ରତ ସମାପନ।

ମେଷ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରି ପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଭୂମି, ଭବନ ଓ ବାହନ କ୍ରୟ କରିବେ କିନ୍ତୁ ଭୂମି କ୍ରୟ କରିଲା ବେଳେ ଆବଶ୍ୟକ କାଗଜପତ୍ର ଭଲରେ ଦେଖି ବୁଝିବିଚାରୀ ରଖିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-

ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। କଳା, ସଙ୍ଗୀତ, ଧର୍ମସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ସ୍ୱାସ୍ଥ୍ୟ ଅବନ୍ନତି ହେତୁ ମନ ବିଚଳିତ ହେବ ଓ ଚିନ୍ତାଗ୍ରସ୍ତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ଦୂରଯାତ୍ରାରେ ସଫଳ ହେବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇ ପାରେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପୁରୁଣା ନିବେଶ ଲାଭ ଦେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସରକାରୀ ସାହାଯ୍ୟ ପାଇବା ପାଇଁ ଚେଷ୍ଟା କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅନେକ ପ୍ରକାର କାର୍ଯ୍ୟରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ଉଚ୍ଚ ସମ୍ମାନ ପାଇ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ। ବାଣିଜ୍ୟକ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!