ଦୈନିକ ରାଶିଫଳ: 30 ନଭେମ୍ବର 2022, ଶ୍ରୀ ଗଣେଶ ଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ମାନସିକ ଶାନ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୩୦ତାରିଖ, ବୁଧବାର, ବିଛାମାସ ୧୫ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ସପ୍ତମୀତିଥି ସକାଳ ୮ଟା ୫୮ମିନିଟ୍ ପରେ ଅଷ୍ଟମୀତିଥି, ଧନିଷ୍ଠା ନକ୍ଷତ୍ର ସକାଳ ୭ଟା ୧୧ମିନିଟ୍ ପରେ ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ବ୍ୟାଘାତ ଯୋଗ ଦିବା ୧୨ଟା ପରେ ହର୍ଷଣ ଯୋଗ। ବାଣିଜ୍ୟ କରଣ ସକାଳ ୮ଟା ୫୮ମିନିଟ୍ ପରେ ବିଷ୍ଟି କରଣ। କର୍କଟ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ ସକାଳ ୮ଟା ୫୮ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ସକାଳ ୮ଟା ୫୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୫୧ମିନିଟ୍ ରୁ ଦିବା ୧୦ଟା ୧୩ମିନିଟ୍, ଦିବା ୧୧ଟା ୩୫ମିନିଟ୍ ରୁ ଦିବା ୧୨ଟା ୫୬ମିନିଟ୍, ରାତ୍ରି ୨ଟା ୫୨ମିନିଟ୍ ରୁ ୪ଟା ୩୦ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୮ମିନିଟ୍ ରୁ ୮ଟା ୧୭ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୩୪ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ୨ଟା ୫୧ମିନିଟ୍, ରାତ୍ର ୪ଟା ୩୧ମିନିଟ୍ ରୁ ୬ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ସିନ୍ଦୁର ଟିକେ ମୁଣ୍ଡରେ ଲଗାନ୍ତୁ।

ବୃଷ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ଆନନ୍ଦ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଭାବ ଦେଖାଦେବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସରକାରୀ ସାହାଯ୍ୟ ମିଳିପାରେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ରାଜନୈତିକ କ୍ଷେତ୍ରରେ ସଫଳତା ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ସହ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ସାଙ୍ଗ ସାଥିମାନଙ୍କ ସାହାଯ୍ୟ ସହଯୋଗ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!