ସାପ୍ତାହିକ ରାଶିଫଳ: ନଭେମ୍ବର 30 ତାରିଖ ରୁ ଡିସେମ୍ବର 06 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏ ସପ୍ତାହରେ ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ସୃଷ୍ଟି ହୋଇପାରେ। ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଖର୍ଚ୍ଚବଢିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ନିଜଲୋକମାନେ ଦୂରେଇ ଯିବେ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତି ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:- ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:- ଏ ସପ୍ତାହରେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ।ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ଦିଗରେ ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:- ଏସପ୍ତାହରେ ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:- ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:- ଏ ସପ୍ତାହରେ ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ। ଆରମ୍ଭରୁ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଏ ସପ୍ତାହରେ ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଅନେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ଜୀବନସାଥିଙ୍କ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:- ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ପ୍ରକାଶନବାଣିଜ୍ୟ, କୃଷିବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ତା ୫/ ୬ରିଖରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:- ଏ ସପ୍ତାହରେ ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପୂର୍ବରୁ ଥିବା ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ ଉନ୍ନତି ଦେଖାଦେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବା ସହ ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:- ଏ ସପ୍ତାହରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ମଧ୍ୟ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ କରଜରମାତ୍ରା ହ୍ରାସ ପାଇବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- ଏ ସପ୍ତାହରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!