ଦୈନିକ ରାଶିଫଳ: 30 ଅକ୍ଟୋବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୩୦ତାରିଖ, ରବିବାର, ତୁଳାମାସ ୧୪ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ମୂଳାନକ୍ଷତ୍ର ସକାଳ ୭ଟା ୨୫ମିନିଟ୍ ପରେ ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ସୁକର୍ମା ଯୋଗ। କୌଳବ କରଣ ଦିବା ୪ଟା ୩୮ମିନିଟ୍ ପରେ ତୈତିଳ କରଣ। ମେଷ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ରାତି ୩ଟା ୨୮ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ରାତି ୩ଟା ୨୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ୧୨ଟା ୫୫ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ୨ଟା ୪୦ମିନିଟ୍। ଶୁଭସମୟ- ସକାଳ ୬ଟା ୩୬ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ର ୭ଟା ୪୩ମିନିଟ୍ ରୁ ୯ଟା ୨୨ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ୫ଟା ୪୯ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳି ଯିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ତୁଳସୀ ମୂଳର ମାଟି ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ସିଂହ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଶାରୀରିକ କଷ୍ଟ ଦୂର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନ ସନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ପାଇବେ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ନ୍ୟାୟମାର୍ଗ ଓ ମିଷ୍ଟବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!