ଦୈନିକ ରାଶିଫଳ: ୩୦ ଅକ୍ଟୋବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ସବୁ କାର୍ଯ୍ୟ ସଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହୋଇ ପାରେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ ପାରନ୍ତି। ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଯୁବକ ଯୁବତୀ ମାନଙ୍କର ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରି ପାରନ୍ତି। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କାର୍ଯ୍ୟାଳୟରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆଗକୁ ବଢି ପାରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହେବ। ନୂତନ କର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ। ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରତିକାର-କୁକୁରକୁ କିଛି ଖୁଆନ୍ତୁ।

ବିଚ୍ଛା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନ ହେବ। ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

କୁମ୍ଭ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବଜାୟ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା କଲ୍ପନା କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମ ନକରିବା ଉଚିତ୍। ପ୍ରେମକ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!