ଦୈନିକ ରାଶିଫଳ: 30 ଅକ୍ଟୋବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୩୦ ତାରିଖ, ଶୁକ୍ରବାର, ତୁଳା ମାସ ୧୪ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ଦିବା ୨ଟା ୫୭ମିନିଟ୍ ଗତେ ମେଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର, ଦିବା ୨ଟା ୫୭ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୪୬ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୬ଟା ୩୪ମିନିଟ୍, ସକାଳ ୭ଟା ୨୨ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ରାତ୍ର ୮ଟା ୧୯ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସୁଖ, ସମ୍ପତ୍ତି ଲାଭ ହେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ ବିକ୍ରୟ ନକରିବା ଉଚିତ୍। ହସଖୁସିରେ ସମୟ ବିତାଇବେ। ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ଉଚ୍ଚ ଆଶାରେ ଆଗେଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପେଶା, ଭାଗୀଦାରିବ୍ୟବସାୟ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆୟ ବୃଦ୍ଧିହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରନ୍ତି। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପରିବା ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ।  ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ସାଂସାରିକ ଜୀବନ ସୁଖମୟ ହେବ। ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ।  ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେନୂଆ ସମ୍ପର୍କରେ ଉନ୍ନତି ହେବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବିଦ୍ୟା କ୍ଷେତ୍ରରେ ମନଯୋଗ ଦେଇ ମାନସିକ ଶାନ୍ତି ପାଇବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଭଫଳ ପ୍ରାପ୍ତିହେବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଶତୃମାନେ ଦୁର୍ବଳ ହେବା ସହ ଆୟରପନ୍ଥା ସହଜ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!