ଦୈନିକ ରାଶିଫଳ: 30 ସେପ୍ଟେମ୍ବର 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୩୦ତାରିଖ, ଶୁକ୍ରବାର, କନ୍ୟାମାସ୧୪୯ଦିନ, ଆଶ୍ଵିନମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ । ବବ କରଣ ଦିବା ୧୧ଟା ୨୪ମିନିଟ୍ ପରେ ବାଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲରାତି ୧୦ଟା ୩୫ମିନିଟ୍ ପରେ ନିମ୍ବ, ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୦ଟା ୩୫ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ୧୧ଟା ୩୬ମିନିଟ୍, ରାତ୍ରି ୮ଟା ୩୪ମିନିଟ୍ ରୁ ୧୦ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୬ଟା ୨୭ମିନିଟ୍, ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୧ମିନିଟ୍ ରୁ ୩ଟା ୯ମିନିଟ୍, ଦିବା ୩ଟା ୫୮ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୮ଟା ୩୩ମିନିଟ୍, ରାତ୍ର ୧୨ଟା ୨ମିନିଟ୍ ରୁ ୧ଟା ୩୭ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୪ଟା ୨ମିନିଟ୍ । ପର୍ବଦିନ- ନତଃ ପଞ୍ଚମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ବିଜୟୀ ହେବେ । ନିଜର ଶବ୍ଦବ୍ୟବହାର ଦ୍ୱାରା ଲୋକଙ୍କୁ ପ୍ରଭାବିତ କରି ପାରିବେ । ମନର ଭାବ କେହି ଠିକ୍ ଭାବେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । କର୍ମକ୍ଷେତ୍ରରେ ସମସ୍ତ ଚିନ୍ତା ଦୂର ହେବ । କିଛି ଧନ ପାଇବାର ଯୋଗ ଅଛି । ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ । ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବା ଫଳରେ ନୂତନ ପ୍ରୋଜେକ୍ଟରେ କାମ ଆରମ୍ଭ କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ରହିବେ । ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକାଙ୍କ ସହିତ ଏକାକୀ ସମୟ ବିତାଇ ପାରିବ । କଳା ଏବଂ କ୍ରୀଡା ସହିତ ଜଡିତ ଥିଲେ ପୁରସ୍କାର ପାଇପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ରାଜନୀତି ସହ ଜଡିତ ଲୋକମାନେ ଜନସାଧାରଣଙ୍କ ମଧ୍ୟରେ ବହୁତ ଭଲ ସମର୍ଥନ ପାଇବେ । ଟେକ୍ନୋଲୋଜି ସହ ଜଡିତ କାର୍ଯ୍ୟରେ ସୁବିଧା ହେବ । ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ । ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇପାରନ୍ତି । ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ । ସାଙ୍ଗମାନଙ୍କ ସହିତ ପାର୍ଟି କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ । ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ । ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ପୁରୁଣା ଅନୁଭୂତି ଆଜି ଉପଯୋଗୀ ହେବ ଓ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଛାତ୍ର ଛାତ୍ରୀମାନେ ଭଲ କାମ କରିବା ସାଙ୍ଗକୁ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବୃଦ୍ଧ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ । ନକାରାତ୍ମକ ପ୍ରବୃତ୍ତି ଥିବା ଲୋକଙ୍କ ପ୍ରତି ଆପଣ ଆକର୍ଷିତ ହୋଇପାରନ୍ତି । ସନ୍ଦେହ ସଂପର୍କକୁ ପ୍ରେମ ସଂପର୍କରେ ଆସିବାକୁ ଦିଅ ନାହିଁ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୀତିରେ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ । ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଆପଣ ସେ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପାଇବା ଉଚିତ୍ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଭ୍ରମଣ କରିବାର ସୁଯୋଗ ଅଛି । କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!