ଦୈନିକ ରାଶିଫଳ: ୩୦ ସେପ୍ଟେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!