୨୦୨୦ ମସିହା, ସେପ୍ଟେମ୍ବର ମାସ ୩୦ ତାରିଖ, ବୁଧବାର, କନ୍ୟା ମାସ ୧୫ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧ଟା ୩୫ମିନିଟ୍ ରୁ ୩ଟା ୫୬ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୮ଟା ୪୭ମିନିଟ୍ ରୁ ୨ଟା ୩୭ମିନିଟ୍।
ମେଷ:-
ଆୟ ଉତ୍ତମ ହେବା ସହ କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ଋଣ ଭରଣାରେ ସହଜ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ ଆଦାୟ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଆୟର ସ୍ରୋତ ଖୋଲିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-
ଶତୃମାନେ ଦୁର୍ବଳ ହେବେ ଓ ଆୟରପନ୍ଥା ସହଜ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆକସ୍ମିକ ଅର୍ଥଲାଭ ହୋଇ ଆର୍ଥିକ ଚିନ୍ତା ଦୁରହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-
ସାମାଜିକ ଉତ୍ସବରେ ଯୋଗ ଦେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ କୌଣସି ଆୟୋଜନ କରେଇବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରି ବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-
ସନ୍ତାନଙ୍କର ଉନ୍ନତିରେ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃରବିନାଶ ହେବ। ସହ କର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-
ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-
ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-
ଶୁଭ ସମାଚାର ମିଳିପାରେ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ। ରାଜନୀତିରେ ଉନ୍ନତି ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-
ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ରାଜନୀତି ମାମଲାରେ ସଫଳତା ମିଳିବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-
ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସ୍ଥିତି ସନ୍ତୋଷ ଜନକ ହେବ ଓ ଉନ୍ନତି ମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-
ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746