ସାପ୍ତାହିକ ରାଶିଫଳ: ୩୦ ସେପ୍ଟେମ୍ବର ରୁ ୬ ଅକ୍ଟୋବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ।  ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ।  କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଛାତ୍ର-ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫ ଳତା ମିଳିବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ ଓ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ପରିବାରରେ ଆଦରପାଇ ସୁଖଭୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ନୂଆ ନିଯୁକ୍ତି ପାଇବାର ଯୋଗ ମଧ୍ୟ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନେ ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଋଣଭାର ଲାଘବ ହେବ ଓ ସ୍ୱାସ୍ଥ୍ୟ ଭଲ ରହିବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଉଚିତ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ଓ ପ୍ରେମିକାମାନେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ।  ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ ଓ ପୂର୍ଣ୍ଣ ସଫଳତା ମିଳିବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ନୂତନ ସଂସ୍ଥାର ଆୟୋଜନ କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅନେକ ସମସ୍ୟା ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସନ୍ତାନ ସୁଖ ମିଳିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ରାଜନୀତିରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ପ୍ରତିକାରଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ। ବ୍ୟବସାୟର ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରର ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ମିଳିବା ସହ ଉପରିସ୍ଥ କର୍ମି ଓ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ଆନନ୍ଦିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର ଆରାଧ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସମୟ ଗୁଡିକ ହସ ଖୁସିରେ ବିତିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ନୂତନକର୍ମରେ ନିଯୁକ୍ତି ପାଇବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ଉଚ୍ଚପଦଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ରାନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରିବେ। ଗୃହରେ ଶୁଭକାର୍ଯ୍ୟ କରି ପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଧନର ଆଗମନ ହୋଇପାରେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେଇ ବିଦ୍ୟାକ୍ଷେତ୍ରରେ ସଫଳ ହେବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବାକୁ ପଡିପାରେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!