ଦୈନିକ ରାଶିଫଳ: ୩୧ ଅଗଷ୍ଟ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ ଦୁଃଖ ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ଫଳରେ ମାନସିକ ସ୍ଥିତିକୁ ମଜଭୁତ୍ କରିପାରିବେ। ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ଚାକିରୀରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କୋର୍ଟକଚେରି ମାମଲାର ଶୁଣାଣି ସପକ୍ଷରେ ଯାଇପାରେ। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକସ୍ଥିରତା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଯେଉଁ କାମରେ ହାତଦେବେ ତାହା ଅବଶ୍ୟ ନିର୍ବିଘ୍ନରେ ସମାପନ ହୋଇଯିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। ଅଧିକ  ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରି ପାରିବେ। ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସୁଖ-ସମୃଦ୍ଧି ପ୍ରତି ବାଧାବିଘ୍ନ  ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ।  ଦୂରଯାତ୍ରାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ପାରିବାରିକ  ଜୀବନ ସୁଖରେ କଟିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!